କୋଭିଡ୍ କଟକଣା ଭିତରେ ଖୋଲିଲା ସ୍କୁଲ

ଭୁବନେଶ୍ବର : କୋଭିଡ୍‌ କଟକଣା ମଧ୍ୟରେ ଶୁକ୍ରବାରଠାରୁ ସ୍କୁଲ ଖୋଲିଛି । କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲ ‌ଆସିଛନ୍ତି । ଏଥିଲାଗି ଉଭୟ ସରକାରୀ ଓ ଘରୋଇ ସ୍କୁଲଗୁଡ଼ିକରେ ବ୍ୟପକ ପ୍ରସ୍ତୁତି ହୋଇଛି। ଛାତ୍ରଛାତ୍ରୀ ମାସ୍କ ପରିଧାନ କରିବା ସହ ସ୍କୁଲକୁ ପ୍ରବେଶ ସମୟରେ ହାତ ସାନିଟାଇଜ୍ କରିବା ଦେଖିବାକୁ ମିଳିଛି। ଆଜି ପ୍ରଥମ ଦିନ ଥିବାରୁ ଉପସ୍ଥାନ କମ୍ ରହିଛି।
ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ପରୀକ୍ଷା ଦେବା ପାଇଁ ପ୍ରସ୍ତୁତ ହେଉଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନିମନ୍ତେ ଜାନୁଆରି ୮ରୁ ଏପ୍ରିଲ ୨୬ ତାରିଖ ପର୍ଯ୍ୟନ୍ତ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ପରୀକ୍ଷା ଦେବାକୁ ଥିବା ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଜାନୁଆରି ୮ରୁ ଏପ୍ରିଲ ୨୮ପର୍ଯ୍ୟନ୍ତ ହେବ।
ଉଭୟ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଶନିବାର/ରବିବାରକୁ ମିଶାଇ ୧୦୦ ଦିନର ପାଠପଢ଼ା ହେବ। ଆବଶ୍ୟକସ୍ଥଳେ ଅନ୍ୟଦିନକୁ ଛୁଟି ଦିନ ଘୋଷଣା କରାଯିବ। ଶିକ୍ଷକ/ଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ଏକ ମାର୍ଗଦର୍ଶିକା(ଏସ୍‌ଓପି) ଜାରି ହୋଇଛି।

Comments (0)
Add Comment